*ଅବସର ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କର୍ମଚାରୀ*
ନୟାଗଡ଼,୦୧-୦୮- ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କର୍ମଚାରୀ ଶ୍ରୀ ସିଦ୍ଧାର୍ଥ ଦେ ଶୁକ୍ରବାର ଅବସର ଗ୍ରହଣ କରିଛନ୍ତି । ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କ ଅଧ୍ୟକ୍ଷତାରେ ତାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀମତୀ ସୁଜାତା କୁମାରୀ ସାହୁ ଏବଂ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଓ ସଂସ୍କୃତି କାର୍ଯ୍ୟାଳୟର ସମସ୍ତ କର୍ମଚାରୀମାନେ ଉପସ୍ଥିତ ରହିଥିଲେ । ଶ୍ରୀଯୁକ୍ତ ଦେ, ନୟାଗଡ଼ରେ ଦୀର୍ଘ ୩୨ ବର୍ଷ କାଳ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ସୁଚାରୁ ରୂପେ ନିଜ ଦାୟିତ୍ୱ ନିର୍ବାହନ କରି ଲୋକପ୍ରିୟ
ହୋଇପାରିଥିଲେ । ସମସ୍ତେ ତାଙ୍କ ଅବସର ପରବର୍ତ୍ତୀ ଜୀବନର ଶୁଭ ମନାସି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ l
ଆଶୋକ କୁମାର ସାଥୁଆ ଜିଲ୍ଲା ପ୍ରତିନିଧି


admin 
