କାହିଁକି ସ୍ନାନ ପୂର୍ଣ୍ଣିମାରେ ଗଜାନନ ବେଶରେ ଦର୍ଶନ ଦିଅନ୍ତି ମହାବାହୁ ?

କାହିଁକି ସ୍ନାନ ପୂର୍ଣ୍ଣିମାରେ ଗଜାନନ ବେଶରେ ଦର୍ଶନ ଦିଅନ୍ତି ମହାବାହୁ ?

କାହିଁକି ସ୍ନାନ ପୂର୍ଣ୍ଣିମାରେ ଗଜାନନ ବେଶରେ ଦର୍ଶନ ଦିଅନ୍ତି ମହାବାହୁ ? କ’ଣ ରହିଛି କିମ୍ବଦନ୍ତି ?* ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ସୁବାସିତ ଜଳ , ପ୍ରଭୁ ବଳଭଦ୍ରଙ୍କୁ ୩୩ ଗରା ଏବଂ ଦେବୀ ସୁଭଦ୍ରାଙ୍କୁ ୨୨ ଗରା ଏବଂ ଚକ୍ରରାଜ ପ୍ରଭୁ ଶ୍ରୀ ସୁଦର୍ଶନଙ୍କୁ ୧୮ ଗରା ସୁବାସିତ ଜଳରେ ସ୍ନାନ କରାଯାଏ ଏବଂ ଏହି ଦିନ ଗଜାନନ ବେଶରେ ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇଥାଆନ୍ତି । ଆଜି ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ବା ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କରିବେ କୋଟି ଓଡ଼ିଆଙ୍କ ମଉଡ଼ମଣି ଶ୍ରୀଜିଉ । ଦଇତାପତି ସେବାୟତମାନେ ଠାକୁରଙ୍କୁ ଧାଡ଼ି ପହଣ୍ଡିରେ ବିଜେ କରାଇବେ ସ୍ନାନ ମଣ୍ଡପରେ । ମଣ୍ଡପରେ ବିଜେ ହେବା ପରେ ଯଥାବିଧି ପୂଜାର୍ଚ୍ଚନା ମଧ୍ୟ କରାଯିବ । ନିୟମ ଅନୁସାରେ ଠାକୁରଙ୍କ ପହଣ୍ଡି ବିଜେ ପରେ ମହାସ୍ନାନ କରାଯାଇଥାଏ । ତେବେ ଏହି ଜଳ ଗୋଟିଏ ବର୍ଷ ପୂର୍ବରୁ ଗଚ୍ଛିତ ହୋଇ ରଖାଯାଇଥାଏ । କୁହାଯାଏ ଏହି ଜଳ ଯେଉଁ ସ୍ଥାନରୁ ଆସିଥାଏ ତାହାର ନାମ ‘ସୁନା କୂଅ’ । ତେବେ ଏହିଠାରୁ ହିଁ ଠାକୁରଙ୍କ ଲାଗି ପାଣି ଯାଇଥାଏ । ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ସୁବାସିତ ଜଳ , ପ୍ରଭୁ ବଳଭଦ୍ରଙ୍କୁ ୩୩ ଗରା ଏବଂ ଦେବୀ ସୁଭଦ୍ରାଙ୍କୁ ୨୨ ଗରା ଏବଂ ଚକ୍ରରାଜ ପ୍ରଭୁ ଶ୍ରୀ ସୁଦର୍ଶନଙ୍କୁ ୧୮ ଗରା ସୁବାସିତ ଜଳରେ ସ୍ନାନ କରାଯାଏ ଏବଂ ଏହି ଦିନ ଗଜାନନ ବେଶରେ ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇଥାଆନ୍ତି । କାହିଁକି ଆଜି ହୋଇଥାଏ ଗଜାନନ ବା ହାତୀ ବେଶ ? ମନ ଚିହ୍ନୁଥିବା ମହାପ୍ରଭୁଙ୍କ ଗଜାନନ ବେଶ ପଛରେ ମଧ୍ୟ ଏକ ସୁନ୍ଦର କାହାଣୀ ରହିଛି । କିମ୍ବଦନ୍ତି ଅନୁଯାୟୀ ପଂଚଦଶ ଶତାଦ୍ଦୀରେ ମରାଠା ମହାଗାଣପତ୍ୟ ସଂପ୍ରଦାୟର ବ୍ରାହ୍ମଣ ପଣ୍ଡିତ ଶ୍ରୀ ଗଣପତି ଭଟ୍ଟ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଆସିଥିଲେ । ସ୍ନାନ ପୂର୍ଣ୍ଣିମାରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ସେ ଦର୍ଶନ କଲେ ସତ କିନ୍ତୁ ତାଙ୍କ ମନ ବୁଝିଲା ନାହିଁ । ମନେ ମନେ ସେ ମହାବାହୁଙ୍କୁ ସ୍ମରଣ କରି କହିଥିଲେ ‘ମୁଁ ମୋର ଆରାଧ୍ୟ ଦେବତାଙ୍କ ବେଶରେ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଇଚ୍ଛା ପ୍ରକାଶ କରିଥିଲି । ହେଲେ ତାହା ହେଲା ନାହିଁ ।’ ଗଣପତି ଭଟ୍ଟ ମହାପ୍ରଭୁଙ୍କୁ ଗଣପତି ବେଶରେ ଦେଖିବାକୁ ଚାହୁଥିଲେ । ଦୁଃଖରେ ଫେରିଯାଉଥିବା ବେଳେ ତାଙ୍କୁ ଶୂନ୍ୟବାଣୀ ହେଲା ଏବଂ ପରେ ସେହି ଦିନଠାରୁ ହିଁ ମହାପ୍ରଭୁ ଜଗନ୍ନାଥ କୃଷ୍ଣ ଗଣପତି ରୂପରେ ଓ ପ୍ରଭୁ ବଳଭଦ୍ର ଧବଳ ଗଣପତି ରୂପରେ ଦର୍ଶନ ଦେଇ ଆସୁଛନ୍ତି । ସେହି ଦିନଠାରୁ ଶ୍ରୀ ଗଣପତି ଭଟ୍ଟଙ୍କ ‘ ଗଣପତି ବେଶ’ ସ୍ମାରକୀ ସ୍ୱରୂପ ଏହି ବେଶ ହୋଇଆସୁଛି । ଏହି ଦିନ ମହାସ୍ନାନ ହେବା ପରେ ବଡ଼ଠାକୁରଙ୍କ ପାଖରେ ଭୋଗ ଲାଗି ହୋଇଥାଏ । ଏହାପରେ ଦର୍ଶନ ପାଇଁ ସର୍ବସାଧାରଣଙ୍କୁ ଅନୁମତି ଦିଆଯାଏ । ତେବେ ଆଜି ମଧ୍ୟ ଠାକୁରଙ୍କ ପାଖରେ ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବାର ବିଧି ରହିଛି । ମହାପ୍ରଭୁଙ୍କ ମାନବୀୟ ଲୀଳାର ପ୍ରାରମ୍ଭ ସ୍ନାନ ଯାତ୍ରାଠାରୁ ହିଁ ହୋଇଥାଏ । ପରମ୍ପରା ଅନୁସାରେ ଶ୍ରୀଜିଉ ସ୍ନାନଯାତ୍ରା ପରଠାରୁ ରୋଗାକ୍ରାନ୍ତ ହୁଅନ୍ତି । ରାଜ ବୈଦ୍ୟଙ୍କ ତଦାରଖରେ ମହାପ୍ରଭୁଙ୍କୁ ସୁସ୍ଥ ହେବା ପାଇଁ ଗୋଟିଏ କୋଠରୀରେ ରଖାଯାଏ ଯାହାକୁ ‘ଅଣସର’ ବୋଲି କୁହାଯାଏ । ତେବେ ଅଣସର ସମୟରେ ମହାବାହୁଙ୍କୁ ଭକ୍ତ ଦର୍ଶନ କରିପାରିବେ ନାହିଁ । ଏହି ସମୟରେ ଭକ୍ତଙ୍କ ଦର୍ଶନ ଉଦ୍ଦେଶ୍ୟରେ ମହାପ୍ରଭୁଙ୍କ ପଟିଦିଅଁ ପଟ୍ଟଚିତ୍ରକୁ ପୂଜା କରାଯାଏ ।