ଖଇରା ଅବକାରୀ ଥାନା ପକ୍ଷରୁ ଦେଶୀ ରନ୍ଧା ମଦ ଜବତ..
ବାଲେଶ୍ୱର ଜିଲ୍ଲା ପ୍ରତିନିଧି ରଘୁନାଥ ନାୟକ ଅବକାରୀ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ ସିଙ୍ଗିପୁର, ମୁସ୍ତାଫାବାଦ, ରଟିଣା ଓ ନଛିପୁର ଗ୍ରାମରେ ଚଢ଼ାଉ କରାଯାଇ ୧୨୦ ଲିଟର ଦେଶୀ ରନ୍ଧା ମଦ ଜବତ କରାଯିବା ସହିତ ସିଙ୍ଗିପୁର ଗ୍ରାମର ରତ୍ନାକର ମହାରଣା, ରଟିଣା ଗ୍ରାମର ସୁନା ନାଏକ ଏବଂ ନଛିପୁର ଗ୍ରାମର ବାବୁ ସିଂ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଜବତ ହୋଇଥିବା ମଦର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୩ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।


admin 
