*ନୟାଗଡ଼ ସହରରେ ପଲିଥିନ୍ ଓ ପ୍ଲାଷ୍ଟିକ ଜିନିଷ ଉପରେ ଜୋରଦାର ଚଢଉ, ଦୋକାନୀ ଛାନିଆ ।*

*ନୟାଗଡ଼ ସହରରେ ପଲିଥିନ୍ ଓ ପ୍ଲାଷ୍ଟିକ ଜିନିଷ ଉପରେ ଜୋରଦାର ଚଢଉ, ଦୋକାନୀ ଛାନିଆ ।*

  ନୟାଗଡ଼ ୮/୯ :- ନୟାଗଡ଼ ମ୍ୟୁନିସିପାଲ୍ ଟି ତରଫରୁ ନୟାଗଡ଼ ସହରର ବିଭିନ୍ନ ଦୋକାନ ଉପରେ ଜୋରଦାର ଚଢଉ କରାଯାଇ ପ୍ଲାଷ୍ଟିକ ଜିନିଷ ଓ ପଲିଥିନ ଜବତ ହେବା ସହିତ ୧୩,୪୦୦/- ଟଙ୍କା ଜରିମାନା ଆଦାୟ କରାଯାଇଛି । ନୟାଗଡ଼ ସହରରେ ଏପରି ଚଢଉ ଦେଖି ଦୋକାନୀମାନେ ଛାନିଆ ହୋଇପଡିଛନ୍ତି । 

  ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କ ନିର୍ଦ୍ଦେଶକ୍ରମେ କାର୍ଯ୍ୟକାରୀକରଣ ଦଳର ୧୦ ଜଣିଆ ଟିମ ଚଢଉରେ ସାମିଲ ହୋଇଛନ୍ତି । ଆଜି ସନ୍ଧ୍ୟାସୁଦ୍ଧା ୧୯ କେ.ଜି. ପଲିଥିନ୍ ଓ କିଛି ପ୍ଲାଷ୍ଟିକ ସାମଗ୍ରୀ ଜବତ ହେବା ସହିତ ଜରିମାନା ଆଦାୟ ହୋଇଛି । ଖଣ୍ଡପଡା ରାସ୍ତା, ପି.ଟି.ଏସ୍. ଛକ ସହିତ ପ୍ରାୟ ୩୭ ଟି ଦୋକାନ ଉପରେ ଚଢ।ଉ କରାଯାଇଛି । ଏହି କାର୍ଯ୍ୟକ୍ରମ ଆଗକୁ ମଧ୍ୟ ଜାରି ରହିବ ବୋଲି କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି । 

  ଚଢଉ ଟିମରେ ସର୍ବ ଶ୍ରୀ ନାରାୟଣ ନାୟକ, ଅଜିତ କୁମାର ମଲ୍ଲିକ, ଦୀପକ କୁମାର ଜେନା, ହଜରତ ଅଲ୍ଲି ଖଁ।, କୁମାର ଚନ୍ଦ୍ର ମିଶ୍ର, ବିଭୁତି ଭୂଷଣ ସାହୁ ଓ ପରିମଳ ସଂସ୍ଥାର କର୍ମଚାରୀମାନେ ସାମିଲ ଥିଲେ । ବର୍ତ୍ତମାନ ଅଧିକାଂଶ ଦୋକାନରେ ପଲିଥିନର ବହୁଳ ବ୍ୟବହାର ଯୋଗୁଁ ଏହା ସମସ୍ତଙ୍କର ଚିନ୍ତାର କାରଣ ପାଲଟିଛି । ପଲିଥିନ ବ୍ୟବହାର ଯୋଗୁଁ ପରିବେଶ ଦୂଷିତ ସହିତ ବିଭିନ୍ନ ରୋଗ ସଂକ୍ରମଣ ହେବାର ଆଶଙ୍କା ରହିଥିବାରୁ ଏପରି ଚଢାଉ କରାଯାଉଛି ବୋଲି ବିଭାଗ ତରଫରୁ କୁହାଯାଇଛି ।

ଆଶୋକ କୁମାର ସାଥୁଆ ,ଜିଲ୍ଲା ପ୍ରତିନିଧି ନୟାଗଡ଼