ପ୍ରବଳ ବର୍ଷାରେ ଭିଜୁଛି ଓଡ଼ିଶା।

ପ୍ରବଳ ବର୍ଷାରେ ଭିଜୁଛି ଓଡ଼ିଶା।

*କେଉଁଠି ଲଗାଣ ଆଉ କେଉଁଠି ତୁହାକୁ ତୁହା। ପ୍ରବଳ ବର୍ଷାରେ ଭିଜୁଛି ଓଡ଼ିଶା। ଗୁଣ୍ଡିଚା ଭଳି ଆସନ୍ତାକାଲି ବାହୁଡ଼ାରେ ବି ଛେଚିବ ବର୍ଷା। ସକ୍ରିୟ ମୌସୁମୀ ପ୍ରଭାବରେ ୨୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାର ଜିଲ୍ଲାମାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି।* 

*ଆଜି ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବାବେଳେ ୪ ଜିଲ୍ଲାରେ କାଚିବ ବର୍ଷା। ସେହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା। ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ।*