ଭାରସାମ୍ୟ ହରାଇ ବିଜାଘାଟିରେ ବସ୍‌ ଦୁର୍ଘଟଣା, ୧୬ ଯାତ୍ରୀ ଆହତ।

ଭାରସାମ୍ୟ ହରାଇ ବିଜାଘାଟିରେ ବସ୍‌ ଦୁର୍ଘଟଣା, ୧୬ ଯାତ୍ରୀ ଆହତ।

ଭାରସାମ୍ୟ ହରାଇ ବିଜାଘାଟିରେ ବସ୍‌ ଦୁର୍ଘଟଣା, ୧୬ ଯାତ୍ରୀ ଆହତ।

ମାଲକାନଗିରି ତା:- ୦୨/୦୬ ମାଲକାନଗିରି- ଜଯପୁର ୩୨୬ ନଂ ଜାତୀୟ ରାଜପଥ ବନ୍ଧଗୁଡ଼ା ନିକଟ ବିଜାଘାଟି ଠାରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌ । ବସ ଟି ହାଇଦ୍ରାବାଦ ରୁ ଭବାନୀପାଟଣା ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଏହି ଦୁର୍ଘଟଣାରେ ୧୬ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ପ୍ରାୟ ୩୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଗାଡ଼ିରେ ଫସିରହିଥିବା ଜଣାପଡିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରି ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ବସ୍‌ରେ ୫୦ ଜଣରୁ ଉର୍ଦ୍ଧ ଯାତ୍ରୀ ଓ କର୍ମଚାରୀ ଯାତ୍ରା କରୁଥିଲେ। ସମସ୍ତ ଯାତ୍ରୀ ହାଇଦ୍ରାବାଦ୍ ର ତିନୋଟି ଇଟା ଭାଟି ରୁ କାମ ସାରି ନିଜ ନିଜ ଘରକୁ ଫେରିଥିବା କଥା କିଛି ଯାତ୍ରୀ କହିଚନ୍ତି। ଦୁର୍ଘଟଣା ଦେଖି ସ୍ଥାନୀୟ ଲୋକେ ପହଞ୍ଚି ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ମାଲକାନଗିରି ଥାନାଅଧିକାରୀ ରିଗାନ କିଣ୍ଡୋଙ୍କ ନେତୃତ୍ୱରେ ପୁଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଫସି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରି ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । କିଛି ଯାନ୍ତ୍ରିକ ତ୍ରୁଟି ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୁଲିସ ଉପସ୍ଥିତ ରହି ତଦନ୍ତ ଜାରି ରଖିଥିବା ପ୍ରକାଶ କରିଛନ୍ତି ଆଦର୍ଶ ଥାନା ଅଧିକାରୀ ଶ୍ରୀ କିଣ୍ଡୋ ।
ମାଲକାନଗିରି ରୁ ଶିବପ୍ରସାଦ ପରିଛା ବିଶେଷ ଖବର .