ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ.

ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ.

ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ ଖଣ୍ଡପଡ଼ା ୩୦|୬ (ରଜତ ଦାସ୍) ଖଣ୍ଡପଡ଼ା ବ୍ଲକ ଅଧୀନ କୁମ୍ଭାରପଡା ଗ୍ରାମସ୍ଥିତ ରାମଚନ୍ଦ୍ର ଉଚ୍ଚ ପ୍ରାଥମିକ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ଦିର୍ଘ ବର୍ଷ ଧରି କାର୍ଯ୍ୟରତ ସହକାରୀ ଶିକ୍ଷକ କ୍ଷୀରୋଦ କୁମାର ପଣ୍ଡାଙ୍କୁ ଅନୁଷ୍ଠାନ ପରିସରରେ ମଙ୍ଗଳବାର ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ପ୍ରଧାନଶିକ୍ଷକ ରତ୍ନାକର କହଁରଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଚିନ୍ମୟ କୁମାର ପଣ୍ଡା,ମୁଖ୍ୟ ବକ୍ତା ରୂପେ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ଭୋଳାନାଥ ନାୟକ ଓ ସମ୍ମାନିତ ଅତିଥି ରୂପେ ସମିତି ସଭ୍ୟ ନରେନ୍ଦ୍ରନାଥ ଦାଶ, ଶିକ୍ଷକ ଉମାକାନ୍ତ ସାହୁ, ଅବସରପ୍ରାପ୍ତ ଶିକ୍ଷକ ନଟବର ପ୍ରଧାନ, ବିପନ ବିହାରୀ ପଣ୍ଡା, ସୁବାସ ଚନ୍ଦ୍ର ପଣ୍ଡାଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ଆରତୀ ନାୟକ,ପ୍ରଭାତ କୁମାର ଖୁଣ୍ଟିଆ ପ୍ରମୁଖ ଯୋଗଦେଇ ଅବସର ଗ୍ରହଣ କରିଥିବା ଶିକ୍ଷକଙ୍କ ଶିକ୍ଷାଦାନଶୈଳୀ ସମୟାନୁବର୍ତ୍ତିତା ଓ ଛାତ୍ର ବତ୍ସଳତା ସମ୍ପର୍କରେ ଆଲୋକପାତ କରିଥିଲେ। ଶିକ୍ଷାବିତ ଅଜୟ କୁମାର ସେଠୀ କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ।ଏ ଅବସରରେ ଶିକ୍ଷକଙ୍କୁ ଉପଢୌକନ,ପୁଷ୍ପଗୁଚ୍ଛ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।କାର୍ଯ୍ୟକ୍ରମ ପରିଚାଳନାରେ ଅନୁଷ୍ଠାନର ସମସ୍ତ ଶିକ୍ଷକ,ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। ଖଣ୍ଡପଡ଼ା ରୁ ରଜତ ଦାସ୍ ଙ୍କ ରିପୋର୍ଟ ବିଶେଷ ଖବର