କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ।

କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା ପରିସ୍ଥିତି ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ।

କେନ୍ଦ୍ରାପଡ଼ା, ୦୪ ଅଗଷ୍ଟ ୨୦୨୬: ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି, ରିଲିଫ୍ ଓ ଉଦ୍ଧାର କାର୍ଯ୍ୟ ଏବଂ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଓ ପଦକ୍ଷେପ ସମ୍ପର୍କରେ ସ୍ଥିତି ସମୀକ୍ଷା କରିବେ।

 ଆଜି ସକାଳେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ଛକ, କୃଷ୍ଣଦାସପୁର (ସିଂହଗାଁ), ଅନ୍ଧାରା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନଦୀକୂଳ ହରିଜନସାହି ଏବଂ ଅମୃତମଣୋହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପରିଦର୍ଶନ କରିବେ। ଏହି ଅବସରରେ ସେ ବନ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବା ସହ ସ୍ଥାନୀୟ ଲୋକଙ୍କ ସହ ସିଧାସଳଖ ଆଲୋଚନା କରି ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ଅବଗତ ହେଲେ।

ଏହାପରେ ଆଳି ବ୍ଲକ୍ ଅନ୍ତର୍ଗତ ଭୂଇଁପୁର,ମାନପୁର, ମଙ୍ଗରାଜ ପୁର, ଠାକୁରପାଟଣା ପେତପଡା ପରିଦର୍ଶନ କରି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ବନ୍ୟା ପରିସ୍ଥିତିର ସମୀକ୍ଷା କରିବେ ଏବଂ ବନ୍ୟା ପ୍ରଭାବିତ ଲୋକଙ୍କ ସହ ଆଲୋଚନା କଲେ

ବନ୍ୟା ପ୍ରଭାବିତ ଅଞ୍ଚଳରେ ଆବଶ୍ୟକ ରିଲିଫ୍, ଉଦ୍ଧାର, ସ୍ୱାସ୍ଥ୍ୟସେବା ଓ ଅତ୍ୟାବଶ୍ୟକ ସେବା ତ୍ୱରିତ ଭାବେ ପହଞ୍ଚାଇବା ପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ସମ୍ପୃକ୍ତ ବିଭାଗ ଓ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କ ସହ ଘନିଷ୍ଠ ସମନ୍ୱୟ ରଖି କାର୍ଯ୍ୟ ଜାରି ରଖିଛି। ଅନ୍ୟ ମାନଙ୍କ ମଧ୍ୟରେ ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ ନାୟକ, ବିଧାୟକ ରାଜନଗର ଧ୍ରୁବ ଚରଣ ସାହୁ, କେନ୍ଦ୍ରାପଡ଼ା ମାନ୍ୟବର ବିଧାୟକ ଗଣେଶ୍ୱର ବେହେରା, ମାନ୍ୟବର ଆଳି ବିଧାୟକ ପ୍ରତାପ କେଶରୀ ଦେବଙ୍କ ସମେତ ଜିଲ୍ଲାପାଳ ରଘୁରାମ ଆର ଆୟର, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କାଟାରିଆ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ରବୀନ୍ଦ୍ର କୁମାର ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ(ସାଧାରଣ) ନବକ୍ରିଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ ଏବଂ ସମସ୍ତ ବିଭାଗୀୟ ମାନେ ଉପସ୍ଥିତ ଥିଲେ |

ସଂଜୟ କୁମାର ପଣ୍ଡା ବିଶେଷ ଖବର ଜିଲ୍ଲା ପ୍ରତିନିଧି, କେନ୍ଦ୍ରାପଡ଼ା