*ଦେଶୀ ରନ୍ଧା ମଦ ଜବତ, ୦୪ ଗିରଫ।*

*ଦେଶୀ ରନ୍ଧା ମଦ ଜବତ, ୦୪ ଗିରଫ।*

ବାଲେଶ୍ୱର ଅବକାରୀ ଅଧିକ୍ଷକ ଶ୍ରୀ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଓ ନୀଳଗିରି ଅବକାରୀ ନିରୀକ୍ଷକ ଶ୍ରୀ କେଶବ ଚନ୍ଦ୍ର ଦାସ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ ବଣପାରିଆ, ଗଣ୍ଡିବେଡ଼ ଛକ ଓ ଡାଲଙ୍ଗ ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ୧୧୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ବଣପାରିଆ ଗ୍ରାମର ଚନ୍ଦ୍ରମଣି ବେହେରା, ଶ୍ୟାମସୁନ୍ଦରପୁର ଗ୍ରାମର ସାବ ଜେନା, ଡାଲଙ୍ଗ ଗ୍ରାମର ପୂର୍ଣ୍ଣିମା ସେଠୀ ଓ ଜ୍ୟୋତ୍ସ୍ନାରାଣୀ ଘଡ଼େଇ ଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l

ଜବତ ହୋଇଥିବା ଦେଶୀ ରନ୍ଧା ମଦର ଆନୁମାନିକ ମୂଲ୍ୟ ୩୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢ଼ାଉରେ ଖଇରା ଅବକାରୀ ଥାନା ସହ ଉପ-ନିରୀକ୍ଷକ ଦୀପିକା ପରିଡ଼ା ଓ କନେଷ୍ଟବଳ ଦେବାଶିଷ ମଲ୍ଲିକ ପ୍ରଭୃତି ସାମିଲ ଥିଲେ । ଏନେଇ ଖଇରା ଅବକାରୀ ଥାନା ପକ୍ଷରୁ ୦୪ ଗୋଟି ମାମଲା ରୁଜ୍ଜୁ କରାଯାଇଛି ।

ବାଲେଶ୍ୱର ରୁ ରଘୁନାଥ ନାୟକ ଙ୍କ ରିପୋର୍ଟ ବିଶେଷ ଖବର