ନିର୍ଗୁଣ୍ଡି ନିକଟରେ ବେଙ୍ଗାଲୁରୁ-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ୍ ଲାଇନଚ୍ୟୁତ .

ନିର୍ଗୁଣ୍ଡି ନିକଟରେ ବେଙ୍ଗାଲୁରୁ-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ୍ ଲାଇନଚ୍ୟୁତ .
କଟକ ଜିଲ୍ଲା ଚୌଦ୍ୱାରର ନିର୍ଗୁଣ୍ଡି ନିକଟରେ କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ଚୌଦ୍ୱାର ଅଞ୍ଚଳର ମଙ୍ଗୁଳି ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍ ଟି ଲାଇନଚ୍ୟୁତ ହୋଇଛି।
ରିପୋର୍ଟ ଅନୁସାରେ, ବେଙ୍ଗାଲୁରୁ-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନଟି ଚୌଦ୍ୱାର ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରେନର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ପୂର୍ବାହ୍ନ ୧୧.୪୫ ମିନିଟରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଏହାପରେ ଯାତ୍ରୀମାନଙ୍କୁ ଅନ୍ୟ ଟ୍ରେନରେ ପଠାଇବାର ବ୍ୟବସ୍ଥା କରାଯାଉଛି।
ଲାଇନଚ୍ୟୁତ ହୋଇଥିବା ବେଳେ କାହାରି ମୃତ୍ୟୁ ଘଟି ନଥିବା ସିପିଆରଓ ବିଶ୍ବଜିତ ସାହୁ ସୂଚନା ଦେଇଛନ୍ତି। ଏବେ ସୁଦ୍ଧା କୌଣସି କ୍ଷୟକ୍ଷତି ସୂଚନା ମିଳିନଥିବା ବେଳେ ଯାତ୍ରୀମାନେ ଭୟରେ ବାହାରକୁ ଦୌଡ଼ିଥିଲେ । ଟ୍ରେନ୍ର ଏଗାର ବଗି ଲାଇନଚ୍ୟୁତ ହୋଇଥିବା ନେଇ ସୂଚନା ମିଳିଛି । ଖବର ପାଇଁ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି ।
ବେଙ୍ଗାଲୁରୁ-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ୍ ଟ୍ରେନଟି ଚୌଦ୍ୱାର ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରେନର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ପୂର୍ବାହ୍ନ ୧୧.୪୫ ମିନିଟରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଏହାପରେ ଯାତ୍ରୀମାନଙ୍କୁ ଅନ୍ୟ ଟ୍ରେନରେ ପଠାଇବାର ବ୍ୟବସ୍ଥା କରାଯାଉଛି।