*ନୟାଗଡ ଜିଲ୍ଲାର ଦ୍ୱିତୀୟ ବରିଷ୍ଠ ତୀର୍ଥଯାତ୍ରୀ ଯୋଜନା ଶୁଭାରମ୍ଭ କଲେ ମାନ୍ୟବର ସାଂସଦ ପୁରୀ*

*ନୟାଗଡ ଜିଲ୍ଲାର ଦ୍ୱିତୀୟ ବରିଷ୍ଠ ତୀର୍ଥଯାତ୍ରୀ ଯୋଜନା ଶୁଭାରମ୍ଭ କଲେ ମାନ୍ୟବର ସାଂସଦ ପୁରୀ*

ନୟାଗଡ଼, ତା. ୧୧. ୦୯. ଜିଲ୍ଲା ପର୍ଯ୍ୟଟନ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଦ୍ୱିତୀୟ ତୀର୍ଥ ଯାତ୍ରୀ ଯୋଜନାର ଶୁଭାରମ୍ଭ କରାଯାଇଛି l ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ସତ୍ୟଭାମା ବେହେରାଙ୍କ ପୌରହିତ୍ୟରେ ମାନ୍ୟବର ସାଂସଦ ପୁରୀ, ଡା. ସମ୍ବିତ୍ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତୀର୍ଥଯାତ୍ରୀ ବସକୁ ପତାକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଥିଲେ l ଏହି ଯୋଜନାରେ ଜିଲ୍ଲାର ସମୁଦାୟ ୧୧୯ ଜଣ ତୀର୍ଥ ଯାତ୍ରୀ ଯାତ୍ରା କରିଛନ୍ତି l ମାନ୍ୟବର ସାଂସଦ ସମସ୍ତ ତୀର୍ଥଯାତ୍ରୀଙ୍କୁ ଅଯୋଧ୍ୟା ଓ ବାରାଣସୀ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇଥିଲେ ଏବଂ ରାମ ନାମ ଆଉ ଶିବ ନାମକୁ ତୀର୍ଥଯାତ୍ରୀମାନଙ୍କ ସହିତ ଗାନ କରିଥିଲେ ।

ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ଯାତ୍ରୀ ମାନେ କିଭଳି ଭାବେ ସୁରୁଖୁରୁରେ ଯିବା ଆସିବା କରିବେ ତା ଉପରେ ଆଲୋଚନା କରିଥିଲେ । ଅନ୍ୟତମ ସମ୍ମାନୀତ ଅତିଥି ଭାବରେ ଅଧ୍ୟକ୍ଷ ଜିଲ୍ଲାପରିଷଦ ଇଂ ଦେବାଶିଷ ପଟ୍ଟନାୟକ ଯୋଗ ଦେଇ ଥିଲେ ।

ଆଶୋକ କୁମାର ସ।ଥୁଆ , ଜିଲ୍ଲା ପ୍ରତିନିଧି ନୟାଗଡ଼