ବାଲେଶ୍ଵର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ.

ବାଲେଶ୍ଵର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ.

ବାଲେଶ୍ଵର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ.

ବାଲେଶ୍ଵରଜିଲ୍ଲା ପ୍ରତିନିଧି ରଘୁନାଥ ନାୟକ ତା: ୦୩/୧୧ - ଆଜି ସକାଳ ଘ: ୧୦ ଟିକା ସମୟରେ ସ୍ଥାନୀୟ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୁର ବିକାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ପ୍ରତ୍ୟୁଷ ଦିବାକରଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ବାଲେଶ୍ଵର ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ୨୨୪ ଜଣ ଅଭିଯୋଗକାରୀ ଅଭିଯୋଗ ଫର୍ଦ୍ଦ ଉପସ୍ଥାପନ କରି ଥିଲେ। ସେଗୁଡିକ ମଧ୍ୟରୁ ୧୮୮ ଗୋଟି ବ୍ୟକ୍ତିଗତ, ୦୯ ଗୋଟି ସାମୁହିକ, ୨୭ ଗୋଟି ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠି ନିମନ୍ତେ ଦରଖାସ୍ତ ପ୍ରଦାନ କରିଥିଲେ। ତନ୍ମଧ୍ୟରୁ ୩୫ ଗୋଟି ଦରଖାସ୍ତର ଆଶୁ ସମାଧାନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀଯୁକ୍ତ ହେମନ୍ତ ସିଂ, ଜିଲ୍ଲା ପରିଷଦ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼. ମଧୁସ୍ମିତା ସାମନ୍ତରାୟ, ମୁଖ୍ୟ ଜିଲ୍ଲା ଚିକିତ୍ସାଧିକାରୀ ଡ଼. ପ୍ରଭାତ କୁମାର ବେହେରା, ଉପ ଜିଲ୍ଲାପାଳ ବାଲେଶ୍ୱର ଶ୍ରୀଯୁକ୍ତ ଶିବ ମାଲବ୍ୟ ସମେତ ଜିଲ୍ଲାର ବିଭିନ୍ନ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।