ବୌଦ୍ଧ ରେ ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ
ବୌଦ୍ଧ: ବୌଦ୍ଧ ଜିଲ୍ଲା ପୋଲିସ ପକ୍ଷରୁ ବଳାସିଙ୍ଗା ସ୍ଥିତ ପୋଲିସ ରିଜର୍ଭ ପଡିଆଠାରେ ଅନୁଷ୍ଠିତ ହୋଇଯାଇଛି ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ। ଏହି ଅବସରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ମିଳିତ ପ୍ୟାରେଡରେ ଅଭିଭାଦନ ଗ୍ରହଣ କରିଛନ୍ତି। ପୋଲିସ ପ୍ରତିଷ୍ଠା ଦିବସ ପାଳନ ଅବସରରେ ବୌଦ୍ଧ ଏସପି ଶ୍ରୀଯୁକ୍ତ ଗୋଏଲ ମହାମହିମ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ପାଠ କରିବା ସହ ପୋଲିସର କର୍ତ୍ତବ୍ୟନିଷ୍ଠା ଉପରେ ଆଲୋକପାତ କରିଥିଲେ।
ଏହି ଅବସରରେ ନିଜର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜିଲ୍ଲାର କିଛି ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସମେତ ବହୁ ସଂଖ୍ୟାରେ କର୍ମଚାରୀ ଉପସ୍ଥିତ ଥିଲେ।


admin 
