ବ୍ଲକସ୍ତରୀୟ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ ଅନୁଷ୍ଠିତ .
ବ୍ଲକସ୍ତରୀୟ ରାଷ୍ଟ୍ରୀୟ ପଞ୍ଚାୟତିରାଜ ଦିବସ ଅନୁଷ୍ଠିତ
ମାଲକାନଗିରି ମାଥିଲି,୨୪,୪ ୨୦୨୫(ମାଲକାନଗିରି ଶିବପ୍ରସାଦ ପରିଛାବିଶେଷଖବର) ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ଏପ୍ରିଲ୍ ୨୪ କୁ ଜାତୀୟ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ
ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ବ୍ଲକ ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ସ୍ଥାନୀୟ ଆର ଏମ୍ ସି ଗୋଦାମ ଠାରେ ଅନୁଷ୍ଠିତ ହୋଇଯାଇଛି।ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷ ମହେଶ କୁମାର ବାକା ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ମାଥିଲି ଜିଲ୍ଲା ପରିଷଦ ଜୋନ-୩ ସଭ୍ୟା ସସ୍ମିତା ମାଝୀ, ସାଂସଦ ପ୍ରତିନିଧି ବନମାଳୀ ବରଜା,ମାଥିଲି ଥାନା ଅଧିକାରୀଣି ଦୀପାଞ୍ଜଳି ପ୍ରଧାନଙ୍କ ସମେତ ବହୁ ସରପଞ୍ଚ ଓ ସମିତି ସଭ୍ୟ/ସଭ୍ୟା ମାନେ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ଥିବା ଯୋଗ୍ୟ ହିତାଧୀକାରୀଙ୍କୁ ନୂତନ ରାସନ କାର୍ଡ ପ୍ରଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ୩ କିଲୋୱାଟ ପର୍ଯ୍ୟନ୍ତ ସୋଲାର ପ୍ୟାନେଲ ପାଇଁ ୧,୩୮,୦୦୦ ଟଙ୍କା ପର୍ଯ୍ୟନ୍ତ ସବସିଡି ପ୍ରଦାନ କରା ଯିବା ପାଇଁ ସରକାର ଯୋଜନା କରିଛନ୍ତି।ଯୋଗ୍ୟ ହିତାଧିକାରୀ ମାନେ ଇ- ପଞ୍ଚାୟତ ସଭା ପୋର୍ଟାଲ, ପି ପି ଏମ୍ ଏସ୍ ପୋର୍ଟାଲ, ପଞ୍ଚାୟତ ମନିଟରିଂ ସିଷ୍ଟମ ପୋର୍ଟାଲ ଓ ମୋବାଇଲ ଆପ୍ ଉନ୍ମୋଚନ ହୋଇଛି ଏହି ପୋଟ୍ରାଲ ରେ ଆବେଦନ କରି ପାରିବେ ବୋଲି ଅତିଥି ମାନେ ଉପସ୍ଥିତ ଜନସାଧାରଣ ମାନଙ୍କୁ ପରାମର୍ଶ ଦେଇଥିଲେ।ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମରେ ମାଥିଲି ବ୍ଲକରେ ୩୬ ଜଣଙ୍କୁ ରାସନ କାର୍ଡ ପ୍ରଦାନ କରାଯାଇଛି।ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଯୋଗାଣ ଅଧିକାରୀ ବିଶ୍ୱଜିତ ଦାସ,ସମାଜିକ ସୁରକ୍ଷା ଅଧିକାରୀ ସଞ୍ଜୟ କୁମାର ସାମଲ ଓ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶିବ ଶଙ୍କର ସାହୁ ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା ଓ ହିତାଧିକାରୀ ମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ବ୍ଲକ ପ୍ରଶାସନ ଆୟୋଜନ କରିଥିବା ବେଳେ ବ୍ଲକର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ