ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ .

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ .

ବୌଦ୍ଧ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ .

ବୌଦ୍ଧ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ସମଗ୍ର ଶିକ୍ଷା ବୌଦ୍ଧ ପକ୍ଷରୁ ଜିଲ୍ଲା ସ୍ତରୀୟ ନିପୁଣ ଓଡିଶା ମେଳା ଓ ମୌଳିକ ସାକ୍ଷରତା  ଏବଂ ସଂଖ୍ୟା ଜ୍ଞାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି l ଉକ୍ତ କାର୍ଯ୍ୟକ୍ରମରେ  ଅଧ୍ୟକ୍ଷା, ଜ଼ିଲ୍ଲା ପରିଷଦ, ବୌଦ୍ଧ ଶ୍ରୀମତୀ ପ୍ରଭାସିନୀ ଦାସ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ | ଜିଲ୍ଲା ଶିକ୍ଷା ଅଧିକାରୀ ତଥା ସମଗ୍ର ଶିକ୍ଷା ଜିଲ୍ଲା ପ୍ରକଳ୍ପ ସଂଯୋଜକ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବୌଦ୍ଧର ଅଧ୍ୟକ୍ଷ ବୃନ୍ଦାବନ ସାହୁ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପେନ୍ଦ୍ର କୁମାର ପ୍ରଧାନ, କେନ୍ଦ୍ରୀୟ ବିଦ୍ୟାଳୟ ବୌଦ୍ଧର  ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଛତ୍ରପତି ସାହୁ, ବୌଦ୍ଧ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ସାମଲ ଯୋଗ ଦେଇଥିଲେ | ସହକାରୀ ଶିକ୍ଷକ, ମର୍ଯ୍ୟାକୁଦ  ପି ୟୁ ପି ଏସ ସନ୍ତୋଷ କର୍ଣ୍ଣ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ | ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଦ୍ବାରା ପ୍ରସ୍ତୁତ ପ୍ରକଳ୍ପ ଗୁଡିକ ପ୍ରଦର୍ଶନ କରା ଯାଇଥିଲା l ଶେଷରେ କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ପୁରସ୍କୃତ କରା ଯାଇଥିଲା l